www.samajalive.in
Monday, December 8, 2025
13.1 C
Bhubaneswar

ମହିଳା ବିଚାରପତିଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ

ହରିଆଣା : ହରିଆଣା ସାମ୍ପ୍ରଦାୟିକ ହିଂସା ସମୟରେ ନୁହର ଜଣେ ମହିଳା ଜଜଙ୍କ ଗାଡିରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ବିଚାରପତି ଏବଂ ତାଙ୍କର ତିନି ବର୍ଷର ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲି ଥାନାରେ ରୁଜୁ ହୋଇଥିବା ଏକ ମାମଲାରୁ ଜଣାପଡ଼ିଛି। ସୂଚନା ଅନୁସାରେ, ମଙ୍ଗଳବାର ନୁହ ନଗର ପୋଲିସ ଷ୍ଟେସନରେ ଦିଆଯାଇଥିବା ଏତଲା ଅନୁସାରେ, ସୋମବାର ସ୍ଥାନୀୟ ଅଞ୍ଚଳରେ ସାମ୍ପ୍ରଦାୟିକ ହିଂସାରେ ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଞ୍ଚଳି ଜୈନଙ୍କ କାର୍ ଉପରକୁ ଆକ୍ରମଣ କରିଥିଲେ ବିକ୍ଷୋଭକାରୀ। କାର ଭିତରେ ସେ ଏବଂ ତାଙ୍କ ୩ ବର୍ଷର ଝିଅ ଥିବାବେଳେ ଗୁଳିମାଡ଼ ହୋଇଥିଲା। ଉଭୟ କୌଶଳକ୍ରମେ ନିକଟରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଲୁଚି ଯାଇଥିଲେ। ପରବର୍ତ୍ତୀ ସମୟରେ କିଛି ଆଇନଜୀବୀମାନେ ଆସି ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ନୁହ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ମାମଲାର ଅଧିକ ତଦନ୍ତ କରୁଛି ପୁଲିସ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories