www.samajalive.in
Sunday, December 7, 2025
26.1 C
Bhubaneswar

ସାପ କାମୁଡ଼ାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

କନ୍ଧମାଳ : ସର୍ପାଘାତରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ଥିବା ସୂଚନା ମିଳିଛି। ସୂଚନା ଅନୁସାରେ, କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ଫାଣ୍ଡି ଅନ୍ତର୍ଗତ ପାଣ୍ଡୁଲି ଗ୍ରାମରେ ଘଟିଛି ଏହି ଅଘଟଣ। ମୃତକଙ୍କ ନାମ ବିମଳ କହଁର ଏବଂ ଗୁରୁତର ଥିବା ତାଙ୍କ ସ୍ତ୍ରୀଙ୍କ ନାମ ସତ୍ୟଭାମା କହଁର। ସତ୍ୟଭାମା ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି । ଲଗାଣ ବର୍ଷା ଯୋଗୁ ପାଣ୍ଡୁଲି ଗ୍ରାମରେ ଲାଇନ୍‌ ନ ଥିଲ। ଫଳରେ ଅନ୍ଧକାରରେ ବିମଳ ଓ ସତ୍ୟଭାମା ନିଜ ଘରେ ଶୋଇଥିବାବେଳେ ବିଳମ୍ବିତ ରାତିରେ ଏକ ବିଷାକ୍ତ ସାପ ପ୍ରଥମେ ବିମଳଙ୍କ ହାତକୁ ଓ ପରେ ସତ୍ୟଭାମାଙ୍କ ହାତକୁ ମଧ୍ୟ କାମୁଡ଼ି ଦେଇଥିଲା। ପରେ ଉଭୟଙ୍କ ଚିତ୍କାର ଶୁଣି ଘର ଲୋକେ ଉଠି ସାହିପଡ଼ିଶାଙ୍କ ସହାୟତାରେ ପ୍ରଥମେ ଖଜୁରୀପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ଅବସ୍ଥା ଗୁରୁତର ଥିବାର ଡାକ୍ତର ଉଭୟଙ୍କୁ ସେଠାରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ। ସେଠାରେ ଡାକ୍ତର ବିମଳଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ସତ୍ୟଭାମା ଚିକିତ୍ସାଧୀନ ଥିବା ଜଣାପଡ଼ିଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories