www.samajalive.in
Saturday, December 13, 2025
18.1 C
Bhubaneswar

ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା, ୧୨ ଜିଲ୍ଲାର ୪୮୧ ଗାଁ ପ୍ରଭାବିତ

ସନ୍ଧ୍ୟାରେ ମୁଣ୍ଡଳୀ ଅତିକ୍ରମ କରିବ ୯ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ

ଡେସ୍କ: ରାଜ୍ୟରେ ଲଗାଣ ବର୍ଷା ଓ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅଧିକାଂଶ ଅଂଚଳ ଜଳମଗ୍ନ ହୋଇଛି। ଫଳରେ ରାଜ୍ୟରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଥିବା ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଛନ୍ତି। ଆଜି ଏସଆରସି ଶ୍ରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ସେ କହିଛନ୍ତି ଯେ ଲଗାଣ ବର୍ଷାରେ ୧୨ ଜିଲ୍ଲାର ୪୮୧ଟି ଗାଁ ପ୍ରଭାବିତ ହୋଇଛି।

ଏହି ବର୍ଷା ଜନିତ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଥିବା ଏସଆରସି କହିଛନ୍ତି। ଅନ୍ୟପକ୍ଷରେ ସମ୍ଭାବ୍ୟ ବନ୍ୟା ପାଇଁ ୭ଟି ଜିଲ୍ଲା ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ୨୩ଟି ଓଡ୍ରାଫ୍‌‌, ୮ଟି ଏନ୍‌‌ଡିଆରଏଫ୍‌‌ ଏବଂ ୬୨ଟି ଅଗ୍ନିଶମ ଟିମ୍‌କୁ ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ମୁତୟନ କରାଯାଇଛି।

- Advertisement -

ବର୍ତ୍ତମାନ କଟକର ମୁଣ୍ଡଳୀରେ ୯ ଲକ୍ଷ ୧୦ ହଜାର କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉ ଥିବା ବେଳେ ସନ୍ଧ୍ୟା ସୁଦ୍ଧା ୯ ଲକ୍ଷ ୫୦ ହଜାର କ୍ୟୁସେକ ପାଣି ପ୍ରବାହିତ ହେବ। ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଳସଂପଦ ବିଭାଗର ୮ଜଣ ଯନ୍ତ୍ରୀଙ୍କୁ ୨୪ ଘଣ୍ଟିଆ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଦୁର୍ବଳ ନଦୀ ବନ୍ଧ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ପଡ଼ିଲେ ତଳିଆ ଅଂଚଳର ଲୋକଙ୍କୁ ସ୍ଥାନାନ୍ତର ସହ ରହିବା ଓ ଖାଦ୍ୟ ବ୍ୟବସ୍ଥା କରିବାକୁ କୁହାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories