www.samajalive.in
Sunday, December 14, 2025
16.1 C
Bhubaneswar

ରାଜ୍ୟ ବିଜେପିର ନୂଆ ଟିମ୍‌ ଘୋଷଣା

ଭୁବନେଶ୍ବର : ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ୩୫ ଜଣିଆ ନୂଆ ଟିମ୍ ଘୋଷଣା କରିଛନ୍ତି । ଏଥିରେ ୧୦ ଜଣ ଉପସଭାପତି, ୧୦ ଜଣ ସମ୍ପାଦକ, ୫ ଜଣ ସାଧାରଣ ସମ୍ପାଦକଙ୍କୁ ସାମିଲ କରାଯାଇଛି । ଅପରାଜିତା ଷଡ଼ଙ୍ଗୀ, ରବି ନାଏକ, ନାଉରୀ ନାୟକ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, କୁସୁମ ଟେଟେ, ଗୋଲକ ମହାପାତ୍ର, ସୁକେଶି ଓରାମ ଓ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି । ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ହୋଇଥିବାବେଳେ ମହିଳା ମୋର୍ଚ୍ଚା ସଭାପତି ହୋଇଛନ୍ତି ଡକ୍ଟର ଐଶ୍ୱର୍ଯ୍ୟା ବିଶ୍ୱାଳ । ସେହିପରି ମହେଶ୍ୱର ସାହୁ କିଷାନ ମୋର୍ଚ୍ଚା ସଭାପତି, ନିତ୍ୟାନନ୍ଦ ଗଣ୍ଡ ଏସଟି ମୋର୍ଚ୍ଚା, ବିଭୁପ୍ରସାଦ ତରାଇ ଏସସି ମୋର୍ଚ୍ଚା, ସୁରଥ ବିଶ୍ୱାଳ ଓବିସି ମୋର୍ଚ୍ଚା ସଭାପତି ହୋଇଥିବା ସୂଚନା ମିଳିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories