www.samajalive.in
Sunday, December 7, 2025
26.1 C
Bhubaneswar

ରତ୍ନଭଣ୍ଡାର ଖୋଲିବାକୁ ପରିଚାଳନା କମିଟି ବୈଠକରେ ସୁପାରିସ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ସୁପାରିସ ହୋଇଛି। ଆଗାମୀ ରଥଯାତ୍ରା ସମୟରେ ଖୋଲିବାକୁ କମିଟି ସୁପାରିସ କରିଛି। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସୁପାରିସ କରାଯାଇଛି। ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପକ୍ଷରୁ ଏନେଇ ଆଜି ସୂଚନା ମିଳିଛି। ରତ୍ନଭଣ୍ଡାର ଖୋଲିବାର ତଦାରଖ ପାଇଁ ଉଚ୍ଚସ୍ତରୀୟ ଟିମ୍‌‌ ଗଠନ ହେବ। ଉଚ୍ଚସ୍ତରୀୟ ଟିମ ପାଇଁ ସରକାରଙ୍କୁ ପରିଚାଳନା କମିଟି ନିବେଦନ କରିଛି। ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଟିମ୍‌‌ ପାଇଁ ନିଷ୍ପତ୍ତି ହୋଇଛି। ସୁପ୍ରିମକୋର୍ଟ ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ଜଜ୍‌‌ ଟିମ୍‌‌ ମୁଖ୍ୟ ରହିବେ। ଭିତର ରତ୍ନଭଣ୍ଡାର ଖୋଲିବାର ସମସ୍ତ ବ୍ୟବସ୍ଥା ଏହି ଟିମ୍‌‌ ତଦାରଖ କରିବ। ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌‌ଆଇକୁ ଅନୁମତି ଓ ରଥଯାତ୍ରା ପୂର୍ବରୁ ବୈଷୟିକ ଜ୍ଞାନକୌଶଳ ଜରିଆରେ ଯାଞ୍ଚ କରାଯିବ। ବୈଷୟିକ ଜ୍ଞାନକୌଶଳ ଜରିଆରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରାଯିବ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories