www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ ପଛରେ ଧକ୍କା ଦେଲା କାର, ମହିଳା ଗୁରୁତର

ବାଲେଶ୍ୱର : ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଏକ କାର ଧକ୍କା ଦେଇଛି। ଫଳରେ କାରରେ ବସିଥିବା ମହିଳା ଜଣକ ଗୁରୁତର ହୋଇଛନ୍ତି।

ସୂଚନା ଅନୁଯାୟୀ, କାରଟି କଟକ ଅଭିମୁଖେ ଯାଉଥିବା ବେଳେ ଚଣ୍ଡିଖୋଲ ଛକ ଆଞ୍ଚଳିକ ପରିବହନ ଓଭର ବ୍ରିଜ ନିକଟରେ ଟ୍ରକଟି ଜାତୀୟ ରାଜପଥରେ ଛିଡା ହୋଇଥିବା ସମୟରେ ପଛପଟୁ କାର ଧକ୍କା ଦେଇଥିଲା । ଯାହା ଫଳରେ କାରଟି ଟ୍ରକ ତଳେ ସମ୍ପୂର୍ଣ୍ଣ ରୂପେ ଚାପି ହୋଇ ରହିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଗୁରୁତର ମହିଳାଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଅଧିକ ଚିକିତ୍ସା ପାଇଁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ଚଣ୍ଡିଖୋଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ କୁମାର କାଣ୍ଡି ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories