www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଥମ ଥର ପାଇଁ ରେଳଲାଇନ ସହ ଯୋଡି ହେବାକୁ ଯାଉଛି ଦେବଗଡ଼ ଜିଲ୍ଲା : ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ପର୍କରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ଲେଖିଥିଲେ 

୧୬୦ କିମି ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତିକୁ ଅନୁମୋଦନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ 

ରେଳ ଲାଇନ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡା ଓ ଦେବଗଡ଼ରେ ବିକାଶର ନୂଆ ଧାରା ସୃଷ୍ଟି ହେବ 

ଭୁବନେଶ୍ୱର :   ଓଡ଼ିଶାରେ ରେଳ ଗମନାଗମନକୁ ଅଧିକ ସୁଦୃଢ କରିବା ପାଇଁ ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ନୂଆ ରେଳ ଲାଇନ ତିଆରି କରିବା ପାଇଁ ଆନୁଷଙ୍ଗିକ ପଦକ୍ଷେପ ନେଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ୧୬୦ କିମି ବିଶିଷ୍ଟ ବାରକୋଟ ଏବଂ ଝାରସୁଗୁଡା ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ଚୂଡାନ୍ତ ଲୋକେସନ୍ ସର୍ଭେ (ଏଫଏଲଏସ) କରିବା ପାଇଁ  ରେଳ ମନ୍ତ୍ରଣାଳୟ ମଞ୍ଜୁର କରିଛି । ନୂଆ ରେଳ ଲାଇନ ଶିଳ୍ପ ସମୃଦ୍ଧ ଅଞ୍ଚଳ ଝାରସୁଗୁଡା ଠାରୁ ଦେବଗଡ଼ ଜିଲ୍ଲାର ବାରକୋଟ୍ ସହ ସଂଯୋଗ କରିବ। ଏହି ପଦକ୍ଷେପ ଦ୍ୱାରା ଦେବଗଡ଼ ଜିଲ୍ଲା ପ୍ରଥମ ଥର ପାଇଁ ରେଳ ଲାଇନ ସହ ସଂଯୋଗ କରିବାକୁ ଯାଉଛି, ଯାହା ଖୁସିର ବିଷୟ।
ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ କଳ୍ପନାରେ ମୋଦି ସରକାର ଓଡ଼ିଶାକୁ ସବୁ କ୍ଷେତ୍ରରେ ପ୍ରାଥମିକତା ଦେଇ ଆସୁଛନ୍ତି। ଏହି ରେଳ ଲାଇନ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡା ଏବଂ ଦେବଗଡ଼ ଜିଲ୍ଲାରେ ବିକାଶର ନୂଆ ଧାରା ସୃଷ୍ଟି ହେବ। ଏହି ଅଞ୍ଚଳ ରେଳ ଭିତ୍ତିଭୂମି ସହ ସଠିକ୍ ଭାବରେ ଯୋଡ଼ିହେଲେ ଚାଷୀ ଭାଇମାନେ ଉପକୃତ ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ।  ଦେବଗଡ ଜିଲ୍ଲାରେ ପର୍ଯ୍ୟଟନର ବିକାଶକୁ ମଧ୍ୟ ଗତି ମିଳିବ। ବିଶେଷ ଭାବରେ ଦେବଗଡବାସୀଙ୍କ ଦୀର୍ଘ ଦିନର ଅପେକ୍ଷାକୁ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଜୁଲାଇ ୧୦ ତାରିଖରେ ଦେବଗଡ ଜିଲ୍ଲାର ନାଗରିକ କମିଟିର ଅନୁରୋଧ କ୍ରମେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories