www.samajalive.in
Friday, December 12, 2025
16.1 C
Bhubaneswar

ଟ୍ରାକ୍ଟର- ଡମ୍ଫର ମୁହାଁମୁହିଁ, ୫ ମୃତ, ଚାଳକ ଗୁରତର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ହାଥରସ ଜିଲାର ସହପଉ ଥାନା ଅଞ୍ଚଳରେ ଏକ ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ହେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏଥିରେ ୧୨ରୁ ଅଧିକ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଲୋକ ନିକଟସ୍ଥ ପୀଠ ସବୁ ଭ୍ରମଣ କରିବାକୁ ଯାଇଥିଲେ। ଟ୍ରାକ୍ଟରଟି ସାଦାବାଦ ରୋଡ ଅତିକ୍ରମ କରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ଫର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କ ଜୀବନ ଚାଲିଯାଇଥିଲା। ତେବେ ଗୁରୁତର ଥିବା ଲୋକଙ୍କ ସ୍ଥାନୀୟ ଡାକ୍ତରଖାନା ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories