www.samajalive.in
Monday, December 8, 2025
20.1 C
Bhubaneswar

କାନ୍ଥ ପଡ଼ି ୩ ବର୍ଷର ଶିଶୁପୁତ୍ର ମୃତ

କେନ୍ଦୁଝର : କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ବୁଢ଼ାଖମଣ ଗାଁରେ ଜଣେ ୩ ବର୍ଷର ଶିଶୁ ଉପରେ କାନ୍ଥ ପଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶିଶୁ ଜଣର ନାମ କରୁଣା ମୁଣ୍ଡା ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବର୍ଷାରେ ଭିଜିଥିବା ମାଟି କାନ୍ଥଟି ମା’ ପାଖରେ ଶୋଇଥିବା ଶିଶୁପୁତ୍ର କରୁଣାର ଉପରେ ପଡ଼ିଯାଇଥିଲା। ପରିବାର ଲୋକେ ଶିଶୁଟିକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଶିଶୁପୁତ୍ରକୁ ହରାଇ ପରିବାରରେ ଶୋକର ଛାୟା ଖେଳି ଯାଇଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories