www.samajalive.in
Saturday, December 13, 2025
23.1 C
Bhubaneswar

ବଢୁଛି ଜଳସ୍ତର : ୨୦ଟି ଗେଟ୍ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ

ବୁର୍ଲା :  ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ମୋଟ୍ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରର ବାମ ପଟର ୧୩ଟି ଓ ଡାହାଣ ପଟର ୭ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ଛଡାଯାଉଛି।
ଆଜି ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାର ଜଳ ପତନ  ୬୨୧.୬୦ ଫୁଟ୍ ରହିଥିବା ଜଣାପଡିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୫୦ ହଜାର ୮୨୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୩ ଲକ୍ଷ ୫୨ ହଜାର ୦୫୧ ଘନଫୁଟ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଜଳ ଭଣ୍ଡାରର ଉପର ମୁଣ୍ଡରେ ୭.୧୧ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୧.୯୪ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷଙ୍କ ସୂତ୍ରରୁ ପ୍ରକାଶ ।
ଆଜି ପୂର୍ବାହ୍ନ ୯ଟା ସୁଦ୍ଧା ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିବା ବେଳେ ପରବର୍ତ୍ତୀ ସମୟରେ ସ୍ଥିତିକୁ ଦୃଷ୍ଟିରେ ରଖି ମଧ୍ୟାହ୍ନରେ ୫ଟି ସ୍ଲୁଇସ୍ ଗେଟ୍ ଏବଂ ପରେ ଅପରାହ୍ନ ୫ଟାରେ ଆଉ ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories