www.samajalive.in
Sunday, December 7, 2025
13.1 C
Bhubaneswar

ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ

ବୌଦ୍ଧ: ବୌଦ୍ଧଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଟାଉନହଲଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଶଶାଙ୍କ ଶେଖର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଂଘର ଆଗାମୀ କାର୍ଯ୍ୟପନ୍ଥା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ସଂଘର ବାର୍ଷିକ ଉତ୍ସବ ସହିତ ନୂତନ ସଂଘ କାର୍ଯ୍ୟାଳୟ ନିର୍ମାଣ ପାଇଁ ଆଲୋଚନା କରାଯାଇ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଥିଲା। ରାଜ୍ୟ ସଂଘ ସହିତ ସମନ୍ୱୟ, ଜିଲା ସଂଘରେ ଶୃଙ୍ଖଳା ରକ୍ଷା ଓ ସଂଘର ବାର୍ଷିକ ଉତ୍ସବକୁ ମହାସମାରୋହରେ ପାଳନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା। ବୈଠକରେ ସଂଘର ସଂପାଦକ ରବୀନ୍ଦ୍ର କୁମାର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଂଘ ପାଇଁ ନୂତନ ସମ୍ବିଧାନ ପ୍ରସ୍ତୁତି ସଂପର୍କରେ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମାନଙ୍କ ମଧ୍ୟରେ ଉପଦେଷ୍ଟା ରବୀନ୍ଦ୍ର କୁମାର ରାଉତ, ଶୃଙ୍ଖଳା କମିଟି ଅଧ୍ୟକ୍ଷ ଦେବାଶିଷ ପୁରୋହିତ ଓ କଲ୍ୟାଣ ପାଣ୍ଠି ଅଧ୍ୟକ୍ଷ ଅଜିତ କୁମାର ବାରିକ୍‌‌ ପ୍ରମୁଖ ଉପାଦେୟ ପରାମର୍ଶ ପ୍ରଦାନ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories