www.samajalive.in
Saturday, December 13, 2025
18.1 C
Bhubaneswar

ସାଂସଦ ପଦ ଫେରିପାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ : ଲୋକସଭା ସାଂସଦ ପଦ ଫେରିପାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ ସୋମବାର ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମାର୍ଚ୍ଚ ୨୪ ତାରିଖରେ ସାଂସଦ ପଦ ହରାଇଥିଲେ ରାହୁଲ ଗାନ୍ଧୀ। ମୋଦୀ ସାଙ୍ଗିଆ ମାମଲାରେ ସାଂସଦ ପଦ ହରାଇଥିଲେ। ସୁରତ କୋର୍ଟଙ୍କ ଦଣ୍ଡାଦେଶ ପରେ ସାଂସଦ ପଦ ହରାଇଥିଲେ। ଗତ ଶୁକ୍ରବାର ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ୍‌‌ ଲଗାଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ। ସୁପ୍ରିମକୋର୍ଟଙ୍କ ରୋକ୍‌‌ ପରେ ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ।
ସୂଚନା ଯୋଗ୍ୟ,କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଗତ ଶୁକ୍ରବାର ବଡ ଆଶ୍ୱସ୍ତି ମିଳିଥିଲା।  ମୋଦୀ ସାଙ୍ଗିଆ ମାମଲାରେ ରାହୁଲଙ୍କ ଦଣ୍ଡ ଉପରେ ରୋକ୍‌‌ ଲଗାଇଥିଲେ ସୁପ୍ରିମକୋର୍ଟ। ମାନହାନୀ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟରୁ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିଥିଲା । ଚୂଡାନ୍ତ ଶୁଣାଣି ନ ହେବା ଯାଏଁ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡ ଉପରେ ରୋକ ଲଗାଇଛନ୍ତି। ସୁରତ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡ ଶୁଣାଇଥିଲେ। ଏହାସହ ୨ ବର୍ଷ ଜେଲ୍‌‌ ଦଣ୍ଡାଦେଶକୁ କାଏମ ରଖିଥିଲେ ହାଇକୋର୍ଟ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories