www.samajalive.in
Tuesday, December 9, 2025
15.1 C
Bhubaneswar

ଆସନ୍ତାକାଲି ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ତଲାପତ୍ର

କଟକ : ଆସନ୍ତାକାଲି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଶୁଭାଶିଷ ତଲାପତ୍ର ଶପଥ ଗ୍ରହଣ କରିବେ। ଓଡ଼ିଶା ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଜଷ୍ଟିସ ତଲାପତ୍ରଙ୍କୁ ମୁଖ୍ୟ ବିଚାରପତି ଭାବେ ଶପଥପାଠ କରାଇବେ। ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ.ମୁରଲୀଧରଙ୍କ କାର୍ଯ୍ୟକାଳ ଆଜି ସମାପ୍ତ ହେଉଛି। ସୂଚନାଯୋଗ୍ୟ ଯେ, ଜଷ୍ଟିସ୍‌ ତଲାପତ୍ରଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜୁଲାଇ ୧୯ ତାରିଖରେ ପ୍ରକାଶ ପାଇଥିଲା । ସୁପ୍ରିମକୋର୍ଟ କଲେଜିୟମ ମୁଖ୍ୟବିଚାରପତି ଭାବେ ତାଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍‌ କରିଥିଲେ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଜଷ୍ଟିସ ତଲାପତ୍ରଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories