www.samajalive.in
Saturday, December 13, 2025
18.1 C
Bhubaneswar

“ଫିଲ୍ମ ଅପରେସନ ୧୨/୧୭” ର ଶୁଭ ମହୁରତ

ଭୁବନେଶ୍ୱର : ସୁଧାଂଶୁ ମୋହନ ସାହୁ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର “ଅପରେସନ ୧୨/୧୭” ର ଶୁଭ ମହୁରତ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ଶିରିଡି ସାଇ ମନ୍ଦିର ପରିସରରେ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶୁଭ ମହୁରତ ଉତ୍ସବରେ ଉତ୍ତର ଭୁବନେଶ୍ୱରର ବିଧାୟକ ସୁଶାନ୍ତ କୁମାର ରାଉତ, ୧୪ ନମ୍ବର ୱାର୍ଡ ର କର୍ପୋରେଟର ମୋନାଲିସା ସାହୁ, ସମାଜସେବୀ ମନୋଜ କୁମାର ସାହୁ ଙ୍କ ସମେତ ଚଳଚ୍ଚିତ୍ର ର ପ୍ରଯୋଜିକା ଶୁଭ୍ରା ପଟ୍ଟନାୟକ, ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ, ଲେଖକ ଦିଲ୍ଲୀପ ଚୌଧୁରୀ, ଲାଇନ୍ ପ୍ରଯୋଜକ ଅମର ମହାପାତ୍ର, ପ୍ରସାଦ ଶ୍ରୀଚନ୍ଦନ, ଦିଲ୍ଲୀପ ଶ୍ରୀଚନ୍ଦନ, ପ୍ରଯୋଜକ ସଚ୍ଚିକାନ୍ତ ଜେନା, ବିନି ପଟ୍ଟନାୟକ, ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ, ଅଭିନେତା ଶ୍ରେୟାନ୍, ଚୌଧୁରୀ ବିକାଶ ଦାସ, ଚୌଧୁରୀ ଜୟପ୍ରକାଶ ଦାସ, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ଏବଂ ମୁଖ୍ୟ ଅଭିନେତ୍ରୀ ଭୂମିକା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଦ୍ବିପାୟନ ପଟ୍ଟନାୟକଙ୍କର କାହାଣୀର ସଂଳାପ ରଚନା କରିଛନ୍ତି ଆଗଧାଡିର ସଂଳାପକାର ଦିଲ୍ଲୀପ ଚୌଧୁରୀ । ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱ ନେଇଛନ୍ତି ଆଜିକାଲିର ଟ୍ରେଣ୍ଡୀ ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ । ଚିତ୍ରତ୍ତୋଳନ ମୁଖ୍ୟ ରହିଛନ୍ତି କେରଲା ଷ୍ଟୋରୀର ଡିଓପି ପ୍ରଶାନ୍ତନୁ ମହାପାତ୍ର ଓ ସହଯୋଗୀ ନିର୍ଦ୍ଦେଶନାରେ ଅଛନ୍ତି ବାପୁ ।

ମୁଖ୍ୟ ଚରିତ୍ରରେ ଭୂମିକା ଦାଶ ଏବଂ ଶ୍ରେୟାନ ଅଛନ୍ତି । ଏମାନଙ୍କ ସହିତ ଓଡିଶା ସିନେ ଦୁନିଆର ବହୁ ଲୋକପ୍ରିୟ କଳାକାର ଚୌଧୁରୀ ବିକାଶ ଦାସ, ଚୌଧୁରୀ ଜୟପ୍ରକାଶ ଦାସ, ଅମର ମହାପାତ୍ର, ଦୁଷ୍ମନ୍ତ, ପଙ୍କଜ ମହାନ୍ତି, ଲୋପାମୁଦ୍ରା ଏବଂ ଶିଶୁ କଳାକାର ସାନ୍ଭୀ ପ୍ରମୁଖ ରହିଛନ୍ତି । ପ୍ରଚାର ପ୍ରସାର ଦାୟିତ୍ୱରେ ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ରହିଛନ୍ତି । ଶୁଭ ମହୁରତ ଉତ୍ସବରେ ଆର.ଜେ ଗୁଡ୍ଡୀ ଉପସ୍ଥାପନା କରିଥିଲେ । ଏହି ଚଳଚ୍ଚିତ୍ର ବହୁତ ଜଲଦି ସୁଟିଙ୍ଗ୍ ଫ୍ଲୋର କୁ ଯିବ ବୋଲି ପ୍ରଯୋଜନା ସଂସ୍ଥା ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories