www.samajalive.in
Saturday, December 13, 2025
26.1 C
Bhubaneswar

ହରଭଙ୍ଗାରେ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ 

ହରଭଙ୍ଗା : ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ବୌଦ୍ଧ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ସ୍ଥାନରୁ ୭୯ଟି ଅଭିଯୋଗ ପଞିକରଣ ହୋଇଥିଲା। ସେଥିରୁ ୭୫ଟି ବ୍ୟକ୍ତିଗତ,୦୪ଟି ସାମୁହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ସମସ୍ତ ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ ବୌଦ୍ଧ ଡିଏସପି ଶଶ୍ମିତା ବାର୍ଲ୍ଲା, ବୌଦ୍ଧ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରୀପାଠି, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାଏକ, ହରଭଙ୍ଗା ତହସିଲଦାର ଶିବାନୀ ଦାଶଙ୍କ ସହିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ଆସନ୍ତାକାଲି ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା କାର୍ଯ୍ୟକ୍ରମ
ଓଡିଶା ସାମାଜିକ ସୁରକ୍ଷା ଉତ୍ତରଦାୟିତ୍ୱ ଓ ସୁରକ୍ଷା ସମିତି ଆନୁକୂଲ୍ୟରେ ମଙ୍ଗଳବାର (ଆସନ୍ତାକାଲି) ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମନରେଗା, ଜାତୀୟ ସାମାଜିକ ସହାୟତା ଏବଂ ପଂଚଦଶ ଅର୍ଥ କମିଶନ କାର୍ଯ୍ୟକ୍ରମର ବ୍ଲକସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ଚୂଡାନ୍ତ ପ୍ରସ୍ତୁତି ସରିଥିବା ହରଭଙ୍ଗା ବିଡିଓ ସୂଚନା ଦେଇଛନ୍ତି । ସାମାଜିକ ସମୀକ୍ଷା ଭଳି ଏକ ମହତ୍ କାର୍ଯ୍ୟକ୍ରମରେ ଜବ୍ କାର୍ଡଧାରୀ ଶ୍ରମିକମାନଙ୍କ କୌଣସି ଅଭିଯୋଗ ରହିଥିଲେ କାର୍ଯ୍ୟକ୍ରମରେ ସିଧାସଳଖ ସମସ୍ୟା ଉପସ୍ଥାପନ କରିପାରିବେ। ବହୁ ସଂଖ୍ୟାରେ କାର୍ଯ୍ୟକ୍ରମରେ ଜବ୍ କାର୍ଡଧାରୀ ଶ୍ରମିକ ଯୋଗଦାନ କରି ଏହାର ଲାଭ ଉଠାଇବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories