www.samajalive.in
Saturday, December 13, 2025
26.1 C
Bhubaneswar

ଚୁନାଘାଟିରେ ଓଲଟିଲା ଟ୍ରକ୍‌ : ୨ ଗୁରୁତର

କୋଇଡ଼ା : ସୁନ୍ଦରଗଡ଼ ଜିଲା କୋଇଡ଼ାର ଚୁନାଘାଟିରେ ବିଳମ୍ବିତ ରାତିରେ ଏକ ଲୁହା ବୋଝେଇ ଟ୍ରକ୍ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଟ୍ରକ୍‌ଟି ଲୁହାପଥର ବୋଝେଇ କରି କୋଇଡ଼ାରୁ ଛତିଶଗଡ଼ର ରାଇଘର ଅଭିମୁଖେ ଯାଉଥିଲା। ଏହି ସମୟରେ ଚୁନାଘାଟିରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଘାଟିକୁ ଓଲଟି ପଡ଼ିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିର କ୍ୟାବିନକୁ କଟର ସାହାଯ୍ୟରେ କାଟି ଚାଳକ ଓ ହେଲପରଙ୍କୁ ବାହାର କରିଥିଲେ। ଦୁହିଁଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ପୁଲିସ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories