www.samajalive.in
Sunday, December 14, 2025
16.1 C
Bhubaneswar

ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ହେବ ଜିଲାସ୍ତରୀୟ ସ୍ୱାଧିନତା ଦିବସ

କେନ୍ଦୁଝରଗଡ଼ : ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବାକୁଥିବା ୭୭ତମ ଜିଲାସ୍ତରୀୟ ସ୍ୱାଧିନତା ଦିବସ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୫ ତାରିଖ ସକାଳ ଘ୯.୧୫ମି ସମୟରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ମୁଖ୍ୟଅତିଥି ଜାତୀୟପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ଆନୁଷ୍ଠାନିକ ପରେଡ୍‌‌ରେ ଅଭିବାଦନ ଗ୍ରହଣ ସହ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌‌ବୋଧନ ଦେବେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ପୁରସ୍କୃତ କରାଯିବ। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୧ରୁ ୧୩ ତାରିଖ ୩ଦିନଧରି ସକାଳ ୮ ଘଟିକାରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ପରେଡ୍‌‌ ଅଭ୍ୟାସ ଅନୁଷ୍ଠିତ ହେବ। ଆଗାମୀ ୧୫ ତାରିଖ ଅପରାହ୍ନ ୩ ଘଟିକାରେ କେନ୍ଦୁଝର ଅଡିଟୋରିୟମ୍‌‌ ଠାରେ ଦେଶାତ୍ମବୋଧକ କବିତା ପାଠୋତ୍ସବ, ଅପରାହ୍ନ ୪ ଘଟିକାରେ ଧରଣୀଧର ସ୍ପୋର୍ଟସ୍‌‌ କମ୍ପେ୍ଲକ୍ସ୍‌‌ ଶଙ୍କରପୁରଠାରେ ପ୍ରଦର୍ଶନୀ ଫୁଟବଲ ମ୍ୟାଚ୍‌‌ ଏବଂ ସନ୍ଧ୍ୟା ୬ ଘଟିକାରେ କେନ୍ଦୁଝର ଅଡିଟୋରିୟମ୍‌‌ ଠାରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବାକୁ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି। ସୂଚନାଯୋଗ୍ୟ ଯେ, ଅଗଷ୍ଟ ୧୫ ତାରିଖ ପ୍ରତ୍ୟୁଷରେ ସହରରେ ରାମଧୂନ ପ୍ରଚାର, ସକାଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତଫେରୀ, ସକାଳ ୭ ଘଟିକାରୁ ଘ ୭.୩୦ ମିନିଟ୍‌‌ ମଧ୍ୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟପତାକା ଉତ୍ତୋଳନ, ସକାଳ ଘ୮.୪୫ମିନିଟରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories