www.samajalive.in
Wednesday, December 10, 2025
26.1 C
Bhubaneswar

ଶୁଭଲକ୍ଷ୍ମୀ ସାହୁ ମୃତ୍ୟୁ ଘଟଣା : ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ରାଜ୍ୟ ମହିଳା କମିଶନଙ୍କ ନିର୍ଦେଶ

ଭୁବନେଶ୍ବର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାରେ ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦେଶ ଦେଇଛନ୍ତି। ଏହି ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟ ଓ ସିଡିଆର୍ ମୁତାବକ ପୁଲିସ୍‌ ତଦନ୍ତ ଜାରି ରହିଛି। ଶୁଭଲକ୍ଷ୍ମୀ ନିଶା ସେବନ କରୁଥିଲେ କି ନାହିଁ ସେ ନେଇ ତଥ୍ୟ ଜାଣିବାକୁ ଭିସେରା ଟେଷ୍ଟ ପାଇଁ ପଠାଯାଇଛି। ଆଜି ଲକ୍ଷ୍ମୀସାଗର ଥାନା ଅନୀଲ ନାମକ ଜଣେ ଫଟୋଗ୍ରାଫରଙ୍କୁ ଜେରା କରି ଅନେକ ତଥ୍ୟ ପାଇଛି। ଶୁଭଲକ୍ଷ୍ମୀ ବାରଗାର୍ଲ କାମ ଛାଡ଼ି ଅନ୍ୟକିଛି ଯୋଜନା କରୁଥିବା ଜାଣିବା ପରେ ଦଲାଲ୍‌ମାନେ ତାଙ୍କୁ ବ୍ଲାକମେଲ କରିଥିଲେ ବୋଲି ଅନିଲ୍‌ ପୁଲିସକୁ କହିଛି। ଏ ନେଇ ପୁଲିସ ପକ୍ଷରୁ ଏକାଧିକ ବ୍ୟକ୍ତିକୁ ଜେରା କରି ଅନେକ ତଥ୍ୟ ପାଇଥିବା ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories