www.samajalive.in
Sunday, December 14, 2025
26.1 C
Bhubaneswar

ଏଣିକି ଘରୋଇ ଓଡିଆ ମାଧ୍ୟମ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବି ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର : ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ ଘୋଷଣା କରିଛନ୍ତି।ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ୫ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ । ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।

- Advertisement -

ସୂଚନାଯୋଗ୍ୟ ଯେ, ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରି ଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଆସୁଛନ୍ତି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories