www.samajalive.in
Saturday, December 6, 2025
23.1 C
Bhubaneswar

କ୍ୟାବିନେଟ୍‌‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ୍‌‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏହି ୧୯ଟି ପ୍ରସ୍ତାବ ମଧ୍ୟରେ ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡିଶା ଯୋଜନାକୁ ମଞ୍ଜୁରୀ ଦିଆଯାଇଛି। ଏହି ଯୋଜନାରେ ଯୁବକଯୁବତୀଙ୍କୁ ଦକ୍ଷତା ବିକାଶ ତାଲିମ ପ୍ରଦାନ କରାଯିବ। ପ୍ରତିବର୍ଷ ୧ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ଦିଆଯିବ। ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ଦକ୍ଷତା ବିକାଶ ତାଲିମ ଦିଆଯିବ। ଏଥିପାଇଁ ୩୮୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ସରକାରୀ ଦକ୍ଷତା ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ଜରିଆରେ ତାଲିମ ଦିଆଯିବ। ଯୁବକଙ୍କ ଦକ୍ଷତା ତାଲିମ ସହ ପୁନଃଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ।
ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା ପାଇଁ କ୍ୟାବିନେଟ୍‌‌ରେ ଅର୍ଥ ମଞ୍ଜୁର ହୋଇଛି। ଓଡିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରୀ ମିଳିଛି। ବ୍ୟାଙ୍କ ଶାଖା ନଥିବା ସବୁ ପଞ୍ଚାୟତରେ ମିଳିବ ବ୍ୟାଙ୍କିଂ ସୁବିଧା। ୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଂ ଆଉଟଲେଟ୍‌‌ ଖୋଲିବ। ଓଡିଶା ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ପଲିସି ୨୦୨୩ ଗଠନକୁ ମଞ୍ଜୁରୀ ମିଳିଛି। ଓଡିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ରୁଲରେ ସଂଶୋଧନ। ଓଡିଶା ଲୋକସେବା ଆୟୋଗ ବିନିୟମ ୧୯୫୨ର ସଂଶୋଧନ ସହ ଓଆଇଏସ୍‌‌ ଓ ଆଇଏସ୍‌‌ କ୍ୟାଡରର ପୁନର୍ବିନ୍ୟାସକୁ କ୍ୟାବିନେଟ୍‌‌ ମୋହର ମିଳିଛି। ଓଡିଶା ଜୁଡିସିଆଲ ସର୍ଭିସ ନିୟମ,୨୦୦୭ର ସଂଶୋଧନ , ଜମି ବନ୍ଦୋବସ୍ତ ନିୟମ ୧୯୮୩ରେ ସଂଶୋଧନ। ନାଇଜର ପରିସରରେ ଟାଟା କ୍ୟାନସର ହସ୍ପିଟାଲ ପାଇଁ ଜମି। ପୁରୀ ସଦର ଓ ସତ୍ୟବାଦୀରେ ପାନୀୟ ଜଳ ପ୍ରକଳ୍ପ ହେବ। ଅନୁସୂଚିତ ଜାତି ଜନଜାତିଙ୍କ ନିଯୁକ୍ତି ସମ୍ପର୍କିତ ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଖାଲି ପଡିଥିବା ପଦବୀରେ ନିଯୁକ୍ତି ପାଇଁ ଅଧ୍ୟାଦେଶ ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories