www.samajalive.in
Monday, December 15, 2025
16.1 C
Bhubaneswar

ଧର୍ମଶାଳା ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନ, ବିଜେଡି ପ୍ରାର୍ଥୀ ବିଜୟୀ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀ ଚକ୍ରଧର ବେହେରା ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ମହେଶ୍ବର ତରାଇଙ୍କୁ ୧୦ ହଜାର ୧୯୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ଏହି ନିର୍ବାଚନରେ ବିଜେଡି ପ୍ରାର୍ଥୀ ୧୬ ହଜାର ୬୩୬ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୬ ହଜାର ୪୪୦ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀଙ୍କୁ ମିଳିଛି ମାତ୍ର ୮ଶହ ୫୧ଭୋଟ। ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ଆଜି ସକାଳ ୮ଟା ସମୟରୁ ଭୋଟ ଗଣତି ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିଥିଲା। ଭୋଟ ଗଣତି କରାଯାଇ ଶେଷରେ ଚକ୍ରଧର ବେହେରାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories