www.samajalive.in
Monday, December 15, 2025
26.1 C
Bhubaneswar

ଗ୍ରାମ୍ୟ ଉନ୍ନୟନ ବିଭାଗ ମୂଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଉଦଘାଟିତ

ଯାଜପୁର: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୂଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକାର୍ପଣ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ। ଏହି କାର୍ଯ୍ୟାଳୟ ଉଦଘାଟିତ ହେଲା ପରେ ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟ ଶୃଙ୍ଖଳିତ ହେବା ସହିତ ତ୍ୱରାନ୍ୱିତ ହୋଇ ପାରିବ। ଏହି କାର୍ଯ୍ୟାଳୟରେ ଜଣେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପାହ୍ୟାର ଅଧିକାରୀ କାର୍ଯ୍ୟାଳୟ ଦାୟିତ୍ୱରେ ରହିବା ଦ୍ୱାରା ଉଭୟ ଜିଲ୍ଲାର ୪ଟି ଡିଭିଜନର କାର୍ଯ୍ୟ ସୂଚାର ରୂପେ ସଂପାଦନ ହୋଇପାରିବ ବୋଲି ମନ୍ତ୍ରୀ ଇଂ ଘଡାଇ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ ସଭାସ୍ଥଳକୁ କର୍ମୀମାନେ ପାଛୋଟି ନେଇଥିଲେ। ଉଭୟ ପ୍ରଥମେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories