www.samajalive.in
Sunday, December 14, 2025
23.1 C
Bhubaneswar

ସୋମବାର ରାଶିଫଳ (୧୪.୦୮.୨୦୨୩)

ମେଷ : ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନଧର୍ମର ଦୀକ୍ଷା ଗ୍ରହଣ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ପ୍ରତି ଆଗ୍ରହୀ ହେବେ। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବୃଷ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷାର ମାଧୁରିମାରେ ପରକୁ ଆପଣାର କରି​ବେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପାଇବେ। ସୁଖୀ ହେବେ।

ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ଚରିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠୁ ସହାୟତା ମିଳିବ।

କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟର ମାତ୍ରା ବୃଦ୍ଧି ଘଟିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମା ଲାଗି ରହିଥିଲେ ବିଜୟୀ ହେବାର ସୂଚନା ମିଳୁଛି।

ସିଂହ : ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ରାଜଯୋଗ ଭୋଗ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କନ୍ୟା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବାର ସୂଚନା ମିଳୁଛି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ତୁଳା : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ବିଛା :  ଭାଗ୍ୟଶାଳୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ଉଦ୍ୟୋଗୀ ହୋଇପାରନ୍ତି। ପାରିବାରିକ ଜୀବନ ସ୍ନେହ, ଶ୍ରଦ୍ଧାପୂର୍ଣ୍ଣ ହେବ। ସୁଖୀ ରହିବେ।

ଧନୁ :  ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଉପୁଜିଥିବା ସମସ୍ୟାଗୁଡ଼ିକୁ ପ୍ରଶମିତ କରିପାରନ୍ତି। ସ୍ବାଭିମାନୀ ହେବେ। ଜଳଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଈର୍ଷାକୁ ପରିତ୍ୟାଗ କରିବେ।

ମକର : ବନ୍ଧୁମିଳନ ଦ୍ବାରା ବିଶେଷ ଉପକୃତ ହେବେ। ଜଣେ ସମାଜସେବୀ ଭାବେ ଜନସାଧାରଣଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଖୁସି ରହିବେ।

କୁମ୍ଭ : ଭ୍ରାତୃଭାବ ସ୍ନେହପୂର୍ଣ୍ଣ ହେବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟକୁ ସଙ୍କୁଚିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ସରକାରୀ ସେବା କ୍ଷେତ୍ରରେ ଲୋକପ୍ରିୟ ହେବେ।

ମୀନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories