www.samajalive.in
Saturday, December 13, 2025
21.1 C
Bhubaneswar

ଡାକ୍ତରଖାନାରେ ୨୪ ଘଣ୍ଟାରେ ୧୮ ରୋଗୀ ମୃତ

ଥାଣେ : ସ୍ଥାନୀୟ ଛତ୍ରପତି ଶିବାଜୀ ମହାରାଜା ସ୍ମାରକୀ ହସ୍ପିଟାଲରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତର ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରିଛନ୍ତି।
ମାତ୍ର ଡାକ୍ତରଖାନା କର୍ତ୍ତୃପକ୍ଷ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସାମାଜିକ କର୍ମୀଙ୍କ କହିବା ଅନୁଯାୟୀ ଏହି ସରକାରୀ ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନଥିବାରୁ ରୋଗୀମାନେ ଉପଯୁକ୍ତ ଚିକିତ୍ସା ପାଇପାରୁ ନାହାନ୍ତି। ଏହି ଡାକ୍ତରଖାନାଟି ଆଖପାଖ ଅଞ୍ଚଳ ପାଇଁ ଏକ ରେଫରାଲ ହସ୍ପିଟାଲ ହୋଇଥିବାରୁ ଏଠାକୁ ପ୍ରତିଦିନ ବହୁ ସଂଖ୍ୟକ ରୋଗୀ ଆସିଥାନ୍ତି। ମୃତକମାନେ କ୍ରୋନିକ୍ ପକ୍ଷାଘାତ, ବୃକ୍‌କରେ ପଥର ଜମା, ଅଲସର, ନିମୋନିଆ, ବିଷପାନ ଭଳି ରୋଗରେ ପୀଡିତ ଥିଲେ। ଏହି ଘଟଣା ପରେ ମନ୍ତ୍ରୀ ଅଦିତି ଟାଟ୍‌କାରେ ଡାକ୍ତରଖାନା ପରିଦର୍ଶନ କରିବା ସହିତ ଆବଶ୍ୟକ ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ରୋଗୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି। ଡାକ୍ତରଖାନାରେ ଦୈନିକ ୫୦୦ ରୋଗୀ ଚିକିତ୍ସା କରିବାକୁ ଭିତ୍ତିଭୂମି ଥିବାବେଳେ ଏଠାକୁ ଦୈନିକ ପ୍ରାୟ ୬୫୦ ରୋଗୀ ଆସୁଥିବା କୁହାଯାଇଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories