ଗୁରୁବାର ରାଶିଫଳ (୧୭.୦୮.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Aug 17, 2023 Share ମେଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଲାଳସା ରହିବ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ବୃଷ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଜଳଯାତ୍ରା କଲେ ବିପଦର ସମ୍ମୁଖୀନ ହୋଇପାରନ୍ତି। ନୂତନ ଯାନବାହନ ସୁଖ ମିଳିପାରେ। ମିଥୁନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ଧାର୍ମିକ ହେବେ। କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ସିଂହ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ହୋଇପାରେ। କନ୍ୟା : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର ବାକ୍ୟ ବିନିମୟରେ ପରକୁ ଆପଣାର କରିବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। Related Posts ଲଡୁ ପାଇଁ ମାନହାନୀ ମାମଲା, ୧୬ଜଣଙ୍କୁ କୋର୍ଟରୁ… Jan 6, 2025 ଜାଣିଶୁଣି କାର୍କୁ ଧକ୍କା ଦେଇଛି ଡ୍ରାଇଭର,… Jan 6, 2025 ତୁଳା : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ। ବିଛା : ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକାରକ ହେବେ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଗର୍ବିତ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍ ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସରସ ସୁନ୍ଦର ହେବ। ଉଦ୍ୟୋଗ ହେବେ। ମକର : ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତା ବାଚାଳକ ସଦୃଶ ହେଉଥିବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାରାଦିନ ସତର୍କରେ ଚଳିବେ। କୁମ୍ଭ : ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମହିଳାମାନଙ୍କୁ ଅଗ୍ରାଧିକାର ଦେବେ। ମୀନ : ଆୟକୁ ଆକଳନ କରି ବ୍ୟୟର ମାତ୍ରାକୁ ହ୍ରାସ କରିପାରନ୍ତି। ଭ୍ରାତୃ ସ୍ନେହରେ ଉଦ୍ବୁଦ୍ଧ ହୋଇପାରନ୍ତି। ଆୟୁଷ୍ମାନ୍ ହେବେ। ଚତୁର ଓ ଶତ୍ରୁବିନାଶକାରୀ ହେବେ। ପୁରୁଣା ବିବାଦର ସମାଧାନ ହେବ। Horoscope 17th Aug 2023odia news Share FacebookTwitterWhatsApp
Comments are closed.