www.samajalive.in
Sunday, December 7, 2025
14.1 C
Bhubaneswar

ସନ୍ଧ୍ୟା ୭ଟା ଯାଏଁ ଟ୍ୱିନ୍‌‌ ସିଟିରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ଗୁରୁବାର ସତର୍କ ସୂଚନା ଜାରି କରାଯାଇଛି। ଆଜି ସନ୍ଧ୍ୟା ୭ଟା ଯାଏଁ ଟ୍ୱିନ୍‌‌ ସିଟିକୁ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍‌‌ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାସହ ଆଜି ପାଇଁ ରାଜ୍ୟର ୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର। ବର୍ଷାର ପରିମାଣ ବୃଦ୍ଧି ହେବା ଦ୍ୱାରା ତଳିଆ ଅଞ୍ଚଳରେ ପାଣିଗୁଡ଼ିକ ଜମି ରହିବା ନେଇ ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories