www.samajalive.in
Monday, December 15, 2025
16.1 C
Bhubaneswar

ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ ନିର୍ମାଣ ହେବ ତ୍ବରାନ୍ବିତ, ଜମିସିଧାସଳଖ ଲୋକଙ୍କ ଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ । ଏହି ଗସ୍ତ ସମୟରେ ଜିଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ। ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ଆରଓବି ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଲ ଓଭରବ୍ରିଜଟି ସୁନ୍ଦରଗଡ ଜିଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories