www.samajalive.in
Sunday, December 7, 2025
14.1 C
Bhubaneswar

ଶପଥ ନେଲେ ଦୁଇ ବିଚାରପତି

କଟକ: ସୋମବାର ଓଡିଶା ହାଇକୋର୍ଟର ସମ୍ମିଳନୀ କକ୍ଷରେ ଦୁଇ ବିଚାରପତିଙ୍କ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ଓ ଜଷ୍ଟିସ  ଅକ୍ଷୟ କୁମାର ମିଶ୍ରଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ. ଏସ .ଜାଭେରୀ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଦୁଇ ବିଚାରପତି ଯୋଗଦେବା ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ଶପଥ ପାଠ ଉତ୍ସବରେ କଟକ ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲ, ପୁଲିସ କମିଶନର ସତ୍ୟଜିତ ମହାନ୍ତିଙ୍କ ସମେତ ହାଇକୋର୍ଟ ବରିଷ୍ଠ ବିଚାରପତି ମାନେ ଉପସ୍ଥିତ ରହିଥିଲେ।

ଜଷ୍ଟିସ ପୂଜାହାରୀ ୨୦୧୩ ନଭେମ୍ବର ୨୯ରୁ ୨୦୧୭ ନଭେମ୍ବର ୨୨ ତାରିଖ ଯାଏଁ ଓଡିଶା ହାଇକୋର୍ଟରେ କାମ କରିଥିଲେ । ଏହା ପରେ ତାଙ୍କର ମାଡ୍ରାସ ହାଇକୋର୍ଟକୁ ବଦଳି ହୋଇଥିଲା । ସେହିପରି  ଓଡିଶା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଡକ୍ଟର ଅକ୍ଷୟ ମିଶ୍ର ଶନିବାର ଓଡିଶା ହାଇକୋର୍ଟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ଦ୍ୱାରା ମନୋନୀତ ହୋଇଥିଲେ । ଆଜି ଅପରାହ୍ନରେ ଜଷ୍ଟିସ ସୁଜିତ ନାରାୟଣ ପ୍ରସାଦଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବ । ତାଙ୍କର ଝାଡଖଣ୍ଡ ହାଇକୋର୍ଟକୁ ବଦଳି ହୋଇଛି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories