www.samajalive.in
Monday, December 8, 2025
27.1 C
Bhubaneswar

ସାପ କାମୁଡ଼ାରେ ମହିଳା ଗୁରୁତର

କଲମପୁର : କଲମପୁର ବ୍ଲକ ଅନ୍ତର୍ଗତ ହାରାମାଲ ପଞ୍ଚାୟତ ଝରାବାହାଲି ଗ୍ରାମର ଜଣେ ମହିଳା ସାପ କାମୁଡ଼ାରେ ଗୁରୁତର ହୋଇଛନ୍ତି। ମହିଳା ଜଣକ ନିଜ ଚାଷ ଜମିକୁ ଯାଉଥିବା ବେଳେ ତାଙ୍କ ଗୋଡ଼କୁ ଏକ ସାପ କାମୁଡ଼ି ଦେଇଥିଲା। ଫଳରେ ମହିଳା ଜଣକ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

ସୂଚନା ଅନୁସାରେ, ଝରାବାହାଲି ଗ୍ରାମର ଘାସିରାମ ମାଝୀଙ୍କ ପତ୍ନୀ ମିଥିଳା ଶୁକ୍ରବାର ସକାଳେ ଏକ ଜମି ହୁଡା ଦେଇ ନିଜ ଚାଷ ଜମିକୁ ଯାଉଥିବା ବେଳେ ଏକ ସାପ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଥିଲା। ସାପ କାମୁଡ଼ି ଦେବା ପରେ ମିଥିଳାଙ୍କ ମୁଣ୍ଡ ବୁଲେଇ ହେବା ସହ ସେ ଗୁରୁତର ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ପରିବାର ଲୋକେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ପୀଡ଼ିତାଙ୍କ ରକ୍ତ ନମୂନା ସଂଗ୍ରହ କରାଯାଇ ଚିକିତ୍ସା କରାଯାଇଛି। ଚଳିତ ବର୍ଷ କଲମପୁର ଅଞ୍ଚଳରେ ବହୁ ଲୋକ ସାପ କାମୁଡ଼ାର ଶିକାର ହୋଇଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories