www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଆ ବିଶ୍ବବିଦ୍ୟାଳୟର ନୂଆ କୁଳପତି ପ୍ରଫେସର ସବିତା ପ୍ରଧାନ

ଭୁବନେଶ୍ୱର: ଆଜି ଓଡ଼ିଆ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ସବିତା ପ୍ରଧାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସବିତା ପ୍ରଧାନଙ୍କୁ ନିଯୁକ୍ତ କରିଛନ୍ତି। ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ପ୍ରଦାନ କରାଯାଇଛି ଏବଂ ସେ ‌ଏଠାରେ ଦୁଇ ବର୍ଷ ପର୍ଯ୍ୟନ୍ତ ଏହି ପଦବିରେ ରହିବେ।

ସୂଚନା ଅନୁଯାୟୀ, ଚଳିତବର୍ଷଠାରୁ ପୁରୀ ଜିଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି। ନାମଲେଖା ଶେଷ ହୋଇଥିବାବେ​‌େ​‌ଳେ ଶିକ୍ଷାଦାନ ଆରମ୍ଭ କରାଯିବ। ଶିକ୍ଷାଦାନ ଆରମ୍ଭ କରାଯିବା ପୂର୍ବରୁ ସରକାର ଓଡ଼ିଆ ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି ଦେଇଛନ୍ତ। ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍‌ ଓ ଶିକ୍ଷାଦାନ ଚାଲିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories