www.samajalive.in
Sunday, December 14, 2025
19.1 C
Bhubaneswar

ନଅ ଦଫା ଦାବି ନେଇ କଂଗ୍ରେସର ବିକ୍ଷୋଭ

ପାତ୍ରପୁର: ରାଜ୍ୟରେ ବ୍ଲକମାନଙ୍କରେ ବ୍ୟାପକ ପିସି କାରବାର ବନ୍ଦ କରିବା ସହ ୯ ଦଫା ଦାବିକୁ ନେଇ ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ରାଜ୍ୟର ୩୧୪ଟି ବ୍ଲକ ଘେରାଉ ଡାକରା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଚିକିଟି କଂଗ୍ରେସ ଦଳ ପକ୍ଷରୁ ଶଙ୍କର ଅଧିକାରୀଙ୍କ ନେତୃତ୍ୱରେ ପାତ୍ରପୁର ବ୍ଳକରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କଂଗ୍ରେସ କର୍ମୀ ତଳ ବସଷ୍ଟାଣ୍ଡ ଛକରୁ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟରେ ପହଁଚି ପିକେଟିଂ କରିଥିଲେ। ପରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ୯ ଦଫା ଦାବିପତ୍ର ବିଡିଓ ସୁମନ ସୁଧା କୁଣ୍ଡୁଙ୍କୁ ପ୍ରଦାନ କରିଥିଲେ। ପ୍ରମୁଖ ଦାବିରେ ବିଜେଡି ସରକାରରେ ବ୍ଲକମାନଙ୍କରେ ୧୫%ରୁ ୫୦ପର୍ଯ୍ୟନ୍ତ ପିସି କାରବାର ତୁରନ୍ତ ବନ୍ଦ କରିବା ସହ ଆବାସ ଯୋଜନାରେ ଦୁର୍ନୀତି, ଦରଦାମ ବୃଦ୍ଧି, ବେକାର ସମସ୍ୟା, ନାରୀ ନିର୍ଯ୍ୟାତନା, ଚାଷୀ ମାରଣ ନୀତି, ଟାଟାକମ୍ପାନୀ ଖାଉଟି ବିରୋଧୀ ବିଜୁଳି ନୀତି ସହ ୯ ଦଫା ଦାବିପତ୍ର ରାଜ୍ୟପାଳଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ ସହ ବ୍ଲକ ଘେରାଉ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦଳର କର୍ମୀ ମାନେ ସାମିଲ ଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories