୨୪ରେ ହାଜର ହେବାକୁ ହେମନ୍ତଙ୍କୁ ଇଡି ସମନ୍
ଝାରଖଣ୍ଡ : ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପୁଣି ଇଡି ସମନ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଏହି ସମନ କରାଯାଇଛି। ଗତ ୧୪ ତାରିଖରେ ରାଞ୍ଚିର ଇଡି ଅଫିସରେ ହାଜର ହେବାକୁ କୁହାଯାଇଥିଲେ ମଧ୍ୟ ସେ ହାଜର ହୋଇ ନ ଥିଲେ। ତେଣୁ ଆସନ୍ତା ୨୪ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ତେବେ ଜମି ଦୁର୍ନୀତି ମାମଲାରେ ଏ ଯାବତ ୧୪ ଜଣ ଗିରଫ ହୋଇ ସାରିଲେଣି। ସୂଚନାଯୋଗ୍ୟ, ରାଞ୍ଚିର ଚେଶାୟର ହୋମ ରୋଡରେ ଥିବା ସରକାରୀ ଓ ସେନାର ଜମିକୁ ମିଥ୍ୟା ଦଲିଲ ଦେଇ କିଣିବା ସହ ବିକିଥିବା ନେଇ ମାମଲା ରୁଜୁ ହୋଇଛି। ଏନେଇ ରାଞ୍ଚି ନଗର ନିଗମ ମାମଲା ରୁଜୁ କରିଛି।
Comments are closed.