www.samajalive.in
Monday, December 8, 2025
16.1 C
Bhubaneswar

କେନ୍ଦୁଝର କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ୨ଦିନିଆ ସଚେତନତା କାର୍ଯ୍ୟକ୍ରମ

କେନ୍ଦୁଝର: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ ଏକ ଦୁଇ ଦିନିଆ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜନାର୍ଦନପୁର ଗ୍ରାମପଞ୍ଚାୟତଠାରେ ଅନୁଷ୍ଠିତ ହୋଇଯାଇଛି। ରବିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଅନ୍ତିମ ଦିବସରେ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ରାଇସୁଆଁ କଲେଜ ଅଧ୍ୟକ୍ଷ ରତୀନ୍ଦ୍ର କୁମାର ପରିଡା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ସେହିଭଳି ଅବସରପ୍ରାପ୍ତ ସେନା କର୍ମଚାରୀ ରଥ ମୁଣ୍ଡା ଏବଂ ଜନାର୍ଦନପୁର ଗ୍ରାମପଞ୍ଚାୟତର ସରପଞ୍ଚ ଯତୀନ୍ଦ୍ର ଦେହୁରୀ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ମୋହନ ମାଝି ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀମାନଙ୍କୁ ମନେ ପକାଇବା ଏବଂ ଏହାକୁ ଜନ ମାନସରେ ଉଜ୍ଜୀବିତ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଏହି କାର୍ଯ୍ୟକ୍ରମ ଦେଶର କୋଣ ଅନୁକୋଣରେ ଆରମ୍ଭ କରାଯାଉଛି। ତେଣୁ ନାଗରିକ ହିସାବରେ ଆମ ସମସ୍ତଙ୍କର ଗୁରୁଦାୟିତ୍ବ ରହିଛି।

ସେହିଭଳି ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିମାନେ ମଧ୍ୟ ମୋ ମାଟି ମୋ ଦେଶ ବିଷୟରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଗତକାଲି ଅନୁଷ୍ଠିତ ହୋଇଥିବା ପ୍ରାକ ସଚେତନତା କାର୍ଯ୍ୟକ୍ରମରେ କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ କେନ୍ଦ୍ରୀୟ ସଂଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝରର କ୍ଷେତ୍ରପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକ ଏବଂ ଜୀବନ କୁମାର ସାମନ୍ତସିଂହାର ପ୍ରମୁଖ ପରିଚାଳନା କରିଥିଲେ। ଏହି ଅବସରରେ ସ୍ଥାନୀୟ କଳାକାରମାନେ ନୃତ୍ୟ ଗୀତ ପରିବେଷଣ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories