www.samajalive.in
Sunday, December 14, 2025
26.1 C
Bhubaneswar

କାଉଡିଆଙ୍କ ଉପରେ ମାଡ଼ିଗଲା କାର୍‌ : ୨ ମୃତ

ଗଞ୍ଜାମ : କାଉଡିଆଙ୍କ ଉପରେ କାର୍‌ ମାଡ଼ିଯିବାରୁ ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିବା ସହିତ ୧୧ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା(୩୨) ଓ ଅନିତା କୁମାରୀ ଜେନା(୩୮)। ସୂଚନା ଅନୁସାରେ, ଗଞ୍ଜାମ ଜିଲା ଆସିକା ଥାନା ଅର୍ନ୍ତଗତ ଭେଟନଇ ଏବଂ ଭେଜିପୁଟ ମଝି ରାସ୍ତାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା ତାଡ଼କେଶ୍ୱର ମନ୍ଦିରକୁ ପାଣିଭାର ନେଇ ଯାଇଥିବା ସମୟରେ ଏକ କାର୍‌ କାଉଡିଆଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ଆହତ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories