ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ‘ହୋ’ ଭାଷାକୁ ସାମିଲ୍‌ ଦାବି

ନୂଆଦିଲ୍ଲୀ: ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ହୋ ଭାଷାକୁ ସାମିଲ କରିବାକୁ ଦାବି ନେଇ ଦିଲ୍ଲୀର ଯନ୍ତରମନ୍ତରରେ ଆଦିବାସୀମାନେ ଧାରଣା ଦେଇଛନ୍ତି। ନିଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟି ନେତୃତ୍ବରେ ଓଡିଶା, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଆସାମ ଓ ଛତିଶଗଡର ହୋ ଭାଷୀ ଆଦିବାସୀମାନେ ଏହି ଧାରଣାରେ ସାମିଲ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ଅବହେଳାରୁ ହୋ ଭାଷାକୁ ବର୍ତ୍ତମାନ ପର୍ଯ୍ୟନ୍ତ ସମ୍ବିଧାନର ଅଷ୍ଟମ ଅନୁଛେଦରେ ସାମିଲ କରାଯାଇପାରିନାହିଁ । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ବିଜେଡି ସାଂସଦମାନେ ମଧ୍ୟ ଏହି ପ୍ରସଙ୍ଗକୁ ସଂସଦରେ ଉଠାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ନିର୍ଯ୍ୟାସ ବାହାରିନାହିଁ।

Comments are closed.