www.samajalive.in
Thursday, December 11, 2025
16.1 C
Bhubaneswar

ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା: ଜେଲ ଗଲେ ନିଲମ୍ବିତ ବିଜେଡି ନେତା ଓ ଖେଳ ଶିକ୍ଷକ

ମାହାଙ୍ଗା : ବହୁଚର୍ଚ୍ଚିତ ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଏବଂ ପିଇଟି ଶିକ୍ଷକ ଅନୁପମ ରାୟ ଜେଲ୍‌ ଯାଇଛନ୍ତି । ସୂଚନା ଅନୁସାରେ, ମାହାଙ୍ଗା ନାବାଳିକା ମୃତ୍ୟୁ ଓ ପ୍ରମାଣ ନଷ୍ଟ ମାମଲାରେ ଉଭୟଙ୍କୁ ଗତକାଲି ଗିରଫ କରିଥିଲା ମାହାଙ୍ଗା ପୁଲିସ। ୨ ମାସ ତଳେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ତେବେ କିଛି ଦିନ ତଳେ ଏକ ଅଡିଓ ପ୍ରଘଟ ହୋଇଥିଲା। ପ୍ରଘଟ ହୋଇଥିବା ଅଡିଓରେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟଙ୍କ ମା’ କଥାବାର୍ତ୍ତା ହେଉଥିଲେ। ମାମଲାକୁ ରଫାଦଫା କରିବାକୁ ଅନୁପମ ରାୟଙ୍କ ମା’ଙ୍କୁ ଶରତ ନାୟକ ୭୦ ହଜାର ଟଙ୍କା ମାଗିଥିବାର ସ୍ପଷ୍ଟ ଜଣାପଡ଼ିଥିଲା। ମୃତ ନାବାଳିକାଙ୍କ ସହିତ ଜଗତସିଂହପୁର ଜିଲାର ଗୋକନ ହାଇସ୍କୁଲରେ ଖେଳ ଶିକ୍ଷକ ଥିବା ଅନୁପମ ରାୟଙ୍କର ପ୍ରେମ ସଂପର୍କ ଥିଲା ବୋଲି ସୂଚନା ମିଳିଛି। ଏହି ଘଟଣାରେ ଶରତ ନାୟକଙ୍କୁ ଦଳର ପ୍ରାଥମିକ ସଦସ୍ୟତାରୁ ନିଲମ୍ବନ କରିଥିଲା ବିଜେଡି। ପୁଲିସ ସବୁ ପ୍ରକାର ତଦନ୍ତ କରି ଶେଷରେ ଉଭୟଙ୍କୁ ଗିରଫ କରିଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories