www.samajalive.in
Sunday, December 7, 2025
16.1 C
Bhubaneswar

ଭିଜିଲାନ୍ସ ହାତରେ ଧରାପଡିଲେ ରାତ୍ର ଜଗୁଆଳି

ଫୁଲବାଣୀ : ଭିଜିଲାନ୍ସ ଜାଲରେ ରାତ୍ର ଜଗୁଆଳି। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି । ତେବେ ସୂଚନା ମୁତାବକ ସମ୍ପୃକ୍ତ ରାତ୍ର ଜଗୁଆଳି ଜଣକ ଫିରିଙ୍ଗିଆ ତହସିଲ ଅନ୍ତର୍ଗତ ପଳାବୃଡି ପଞ୍ଚାୟତ ଅଧୀନରେ ଥିବା ଆପାବିରୁ ଗାଁର ବିଜୁ କହଁର ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ମିଉଟେସନ ଓ ପଟ୍ଟା କରିବା ନାଁରେ ଆଠ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।
ଅନ୍ୟପଟେ ସମ୍ପୃକ୍ତ ରାତ୍ର ଜଗୁଆଳିଙ୍କ ନାଁରେ ଅନେକ ଦିନ ଧରି ଅଭିଯୋଗ ହୋଇଆସୁଥିବା ବେଳେ ଆପାବୀରୁ ଗାଁର ଏହି ବ୍ୟକ୍ତି ଙ୍କ ପାଖରୁ ପଟ୍ଟା କରିଦେବା ନାଁରେ ଆଗରୁ ମଧ୍ୟ ୩୫ ହଜାର ଟଙ୍କା ନେଇ ସାରିଥିବା ବେଳେ ପରେ ଆଉ ଆଠ ହଜାର ଟଙ୍କା ପରେ ଦେବ ବୋଲି କହିଥିଲେ । ଏହାକୁ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ । ତେବେ ବୁଧବାର ସମ୍ପୃକ୍ତ ରାତ୍ର ଜଗୁଆଳିଙ୍କୁ ଧରିବା ପାଇଁ ଭିଜିଲାନ୍ସ ଜାଲ ବିଛାଇ ଥିଲା ଓ ପୂର୍ବ ପ୍ରସ୍ତୁତି କ୍ରମେ ସମୃକ୍ତ ବ୍ୟକ୍ତି ଜଣକ ରାତ୍ର ଜଗୁଆଳିଙ୍କୁ ତହସିଲ କାର୍ଯ୍ୟାଳୟ ବାହାରେ ବକେୟା ଆଠ ହଜାର ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା।  ଭିଜିଲାନ୍ସ ଡ଼ିଏସପି ହେମନ୍ତ କୁମାର ମହାନ୍ତି ଏବଂ ସୁରେଶ କୁମାର କହଁରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇ ଥିବା ବେଳେ ଟିମ ଭିଜିଲାନ୍ସ ବିଭାଗର ଅନ୍ୟାନ୍ୟ କର୍ମଚାରୀମାନେ ମଧ୍ୟ ସାମିଲ ଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories