www.samajalive.in
Saturday, December 13, 2025
26.1 C
Bhubaneswar

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଅଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା, ଆଲିଆ ଭଟ୍ଟ ଶ୍ରେଷ୍ଠ ଅଭିନେତ୍ରୀ

ଭୁବନେଶ୍ବର: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଚଳଚ୍ଚିତ୍ର ‘ପୁଷ୍ପା’ ପାଇଁ ଆଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା ପୁରସ୍କାର ଏବଂ ‘ଗଙ୍ଗୁବାଇ କାଠିଆୱାଡ଼ି’ ପାଇଁ ଆଲିଆ ଭଟ୍ଟ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ‘ମିମି’ ପାଇଁ କ୍ରିତି ସାନୋନ ମଧ୍ୟ ଶ୍ରେଷ୍ଠ ଅଭିନେତ୍ରୀ ବିବେଚିତ ହୋଇଛି।

ମରାଠି ଫିଲ୍ମ ଗୋଦାବରୀ ପାଇଁ ନିଖିଲ ମହାଜନ ଶ୍ରେଷ୍ଠ ନିର୍ଦେଶକ ଭାବେ ପୁରସ୍କୃତ ହେବାକୁ ଥିବାବେଳେ ‘ମିମି’ ପାଇଁ ପଙ୍କଜ ତ୍ରିପାଠୀଙ୍କୁ ଶ୍ରେଷ୍ଠ ସହ ଅଭିନେତା ପୁରସ୍କାର ପ୍ରଦାନ କରାଯିବ ବୋଲି ମନୋନୀତ କରାଯାଇଛି। ସେହିପରି ‘ଦି କାଶ୍ମୀର ଫାଇଲ୍ସ’ ପାଇଁ ପଲ୍ଲବୀ ଯୋଶୀ ଶ୍ରେଷ୍ଠ ସହ ଅଭିନେତ୍ରୀ ପୁରସ୍କାର ପାଇବା ନିମନ୍ତେ ମନୋନୀତ କରାଯାଇଛି। ​ଶ୍ରେୟା ଘୋଷାଲ ଓ କାଳ ଭୈରବ ଶ୍ରେଷ୍ଠ କଣ୍ଠଶିଳ୍ପୀ ଏବଂ ‘ପୁଷ୍ପା’ ପାଇଁ ଦେବୀଶ୍ରୀ ପ୍ରସାଦ ଶ୍ରେଷ୍ଠ ସଙ୍ଗୀତ ନିର୍ଦେଶକ ଭାବେ ପୁରସ୍କୃତ ପ୍ରଦାନ ପାଇଁ ମନୋନୀତ କରାଯାଇଛି। ଏହାସହ ଆରଆରଆରକୁ ଶ୍ରେଷ୍ଠ ଚଳଚିତ୍ର । ଏଥିସହିତ ‘ରକେଟ୍ରି : ଦି ନମ୍ବି ଇଫେକ୍ଟ’କୁ ଶ୍ରେଷ୍ଠ ଫିଚର ଫିଲ୍ମ, ପୁଷ୍ପା ଓ ଆରଆରଆରକୁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ, ଗଙ୍ଗୁବାଇ କାଠିଆୱାଡି ସିନେମା ପାଇଁ ଶ୍ରେଷ୍ଠ ମେକଅପ୍ ଆର୍ଟିଷ୍ଟ ପୁରସ୍କାର ଘୋଷଣା କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories