www.samajalive.in
Saturday, December 13, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲି: ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟରଜପଥ ବିଜୁ ଏକ୍ସପ୍ରେସ ୱେର ଲପଙ୍ଗା ପାଖରେ ଆଜି ଏକ ଅଜଣା ଗାଡି ଧକ୍କାରେ ଜନୈକ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ପାଇ ଠେଲକୋଲୋଇ ପୁଳିସ ଘଟଣାସ୍ଥଳରେ ପହଞ୍ଚି ମୃତ୍ୟୁ ଦେହକୁ ଉଦ୍ଧାର କରି ପଞ୍ଚନାମା ପରେ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବାଇକ୍ ଆରୋହୀ ଓମପ୍ରକାଶ ଚୌରାଶିଆ (୪୩) ଜେଏସଡ୍ଳୁ-ଭୂଷଣ କମ୍ପାନୀରର କର୍ମଚାରୀ ବୋଲି ଚିହ୍ନଟ କରାଯାଇଛି। ସେ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ତାଙ୍କୁ ଅଜଣା ଗାଡି ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଠେଲକୋଲୋଇ ଆଇଆଇସି ସାବିତ୍ରୀ ବଳ ସୂଚନା ଦେଇଛନ୍ତି। ମୃତ ଓମପ୍ରକାଶ ମଧ୍ୟପ୍ରଦେଶ ଦାମୋହା ଜିଲା ନରସିଂହଗଡ ଖଡେରାମୁହଲ୍ଲା ର ବାସିନ୍ଦା ବୋଲି ପୁଲିସ ତଦନ୍ତରୁ ଜଣାପଡିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories