www.samajalive.in
Saturday, December 13, 2025
26.1 C
Bhubaneswar

ଓଡିଶାର କଳା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟର ଉଚ୍ଚପ୍ରଶଂସା କଲେ, ବିକାଶଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି। ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ। ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ। ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ। ଏହି ଆଲୋଚନା ସମୟରେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories