www.samajalive.in
Sunday, December 14, 2025
26.1 C
Bhubaneswar

ବୁଢ଼ାରଜା ବାଳିକା ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

ସମ୍ବଲପୁର : ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ସମ୍ବଲପୁର ଶାଖା ପକ୍ଷରୁ ବୁଢ଼ାରଜା ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାର ସଂସ୍କୃତ ଦିବସ ପାଳନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ସମ୍ବଲପୁର ଜିଲ୍ଲାର ଅତିରିକ୍ତ ଶିକ୍ଷା ଅଧିକାରୀ ମୁରଲିଧର ବେହେରା ଭାବରେ ଯୋଗ ଦେଇଥିଲେ । ଏହି କାର୍ୟ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ ଅରବିନ୍ଦ ମହାପାତ୍ର, ବରିଷ୍ଠ ଶିକ୍ଷକ ତଥା ଜିଲ୍ଲା ଓଷ୍ଟାର ସମ୍ପାଦକ ହରିନାରାୟଣ ପଣ୍ଡା, ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଧନକଉଡ଼ା ବ୍ଳକ ଶାଖାର ସଭାପତି ପ୍ରଶାନ୍ତ ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ପୁର୍ବରୁ ସମ୍ବଲପୁର ମହାନଗର ନିଗମ ଓ ଧନକଉଡ଼ା ବ୍ଳକ ସ୍ତରୀୟ ଶ୍ରୀମଦ ଭଗବତ ଗୀତା ଆବୃତ୍ତି ଓ ସଂସ୍କୃତ ସଙ୍ଗୀତ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ସମ୍ବଲପୁର ଜିଲ୍ଲାର ଅତିରିକ୍ତ ଶିକ୍ଷା ଅଧିକାରୀ ମାନପତ୍ର ଦେଇ ପୁରସ୍କୁତ କରିଥିଲେ। ଏହି କାଯ୍ୟକ୍ରମରେ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ସମ୍ବଲପୁର ମହାନଗର ନିଗମ ଓ ଧନକଉଡ଼ା ବ୍ଳକ ଶାଖାର ସବୁ ଅଧିକାରୀ ମାନେ ଯୋଗ ଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories