www.samajalive.in
Monday, December 8, 2025
17.1 C
Bhubaneswar

ପବିତ୍ର ପଞ୍ଚୁକର ଦ୍ବିତୀୟ ଦିନ; ବାଙ୍କଚୁଡ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜି ହେଉଛି ପବିତ୍ର ପଞ୍ଚୁକର ଦ୍ବିତୀୟ ଦିନ। ପଞ୍ଚୁକର ଦ୍ବିତୀୟ ଦିନରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ବାଙ୍କଚୁଡ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଭୋର ସମୟରୁ ଭକ୍ତଙ୍କ ସମାଗମ ଆରମ୍ଭ ହୋଇଛି। ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିରରେ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି। ଏହାସହ ସୁରକ୍ଷା ଦାୟିତ୍ବରେ ୮୦ଜଣ ଅଫିସରଙ୍କ ସହ ୧୬ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ପବିତ୍ର କାର୍ତ୍ତିକ ମାସରେ ସୋମବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହୋଇଛି। ଏଥିପାଇଁ ପୁରୀ ଭକ୍ତଙ୍କ ସମାଗମ ହୋଇଛି। ପଞ୍ଚୁକର ପାଞ୍ଚ ଦିନରେ ମହାପ୍ରଭୁ ଭକ୍ତଙ୍କୁ ୫ଟି ସ୍ବତନ୍ତ୍ର ବେଶରେ ଦର୍ଶନ ଦେଇଥାଆନ୍ତି। ଆଜି ଦ୍ବାଦଶୀରେ ମହାପ୍ରଭୁ ବାଙ୍କଚୁଡ ବେଶରେ ଦର୍ଶନ ଦେଉଥିବାରୁ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ପୁରୀରେ ଅନେକ ଭିଡ ଦେଖିବାକୁ ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories