www.samajalive.in
Monday, December 8, 2025
27.1 C
Bhubaneswar

ରାୟଗଡ଼ା ଡିଏଫଓ ବିଜୟ କୁମାର ପରିଡ଼ା ଗିରଫ, ଆୟଠାରୁ ୨୦୬% ଅଧିକ ସମ୍ପତ୍ତି

ଭୁବନେଶ୍ବର: ରାୟଗଡ଼ା ଡିଏଫଓ ବିଜୟ ପରିଡ଼ାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରାଯାଇଛି। ପ୍ରକୃତ ଆୟଠାରୁ ୨୦୬ ପ୍ରତିଶତରୁ ଅଧିକ ସମ୍ପତ୍ତି ଠାବ ପରେ ତାଙ୍କୁ ଗିରଫ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଗତକାଲି ଏକାଧିକ ସ୍ଥାନରେ ଚଢ଼ାଉ କରାଯାଇଥିଲା।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ରାୟଗଡ଼ା ଡିଏଫ୍‌ଓ (ଟେରିଟୋରିଆଲ ଡିଭିଜନ) ବିଜୟ କୁମାର ପରିଡ଼ାଙ୍କୁ ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟଠାରୁ ୨୦୬% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ରାୟଗଡ଼ା ସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, କଟକ, ପୁରୀ ଓ ଯାଜପୁରରେ ମୋଟ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଡିଏଫଓ ବିଜୟ କୁମାର ପରିଡ଼ାଙ୍କର କଟକରେ ଏକ ଚାରି ମହଲା ଘର ନିର୍ମାଣାଧୀନ ରହିଛି। ଏହାର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଭିଜିଲାନ୍ସ ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ୱରର ପଳାଶୁଣିରେ ତାଙ୍କର ଏକ ତିନି ମହଲା କୋଠା, କଳାରାହାଙ୍ଗରେ ତାଙ୍କର ଏକ ଫ୍ଲାଟ ସମେତ ସହିତ ଭୁବନେଶ୍ୱର, ପୁରୀ, କଟକ ଓ ଯାଜପୁରର ପ୍ରମୁଖ ସ୍ଥାନରେ ତାଙ୍କର ୧୭ଟି ପ୍ଳଟ୍ ରହିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories