www.samajalive.in
Tuesday, December 9, 2025
15.1 C
Bhubaneswar

ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଆଗକୁ ବଢୁଛି ଓଡିଶା- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା ଜିଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆମେ ନୂଆ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍‌ପିଟାଲ ଗୁଡିକର ଉନ୍ନତିକରଣ କରୁଛୁ ଏବଂ ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସବୁଠାରୁ ବଡ ରୂପାନ୍ତର ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଯୋଜନାରେ ପ୍ରତି ମାସରେ ଲକ୍ଷ ଲକ୍ଷ ଲୋକ ଉପକୃତ ହେଉଛନ୍ତି। ଏହା ସହିତ ଧନୀ, ଗରିବ ସମସ୍ତଙ୍କୁ ସରକାରୀ ହସ୍‌ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ମିଳୁଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ବିକାଶର ଏକ ସୂଚକ। ସେଥିପାଇଁ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ସରକାରଙ୍କ ସହିତ ଏଥିରେ ଘରୋଇ କ୍ଷେତ୍ର ଯୋଡି ହେବା ଖୁସିର କଥା। ସମସ୍ତଙ୍କ ସହଯୋଗରେ ସ୍ୱାସ୍ଥ୍ୟସେବାର ଗୁଣାତ୍ମକ ମାନ ବୃଦ୍ଧି ପାଇବ ବୋଲି ସେ କହିଥିଲେ। ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟିକା ଦୀପାଳୀ ଦାସ ଜିଲ୍ଲପାଳ ଓ ବେଦାନ୍ତର ସିଇଓ ପ୍ରମୁଖ ଯୋଗଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories