ଆଠଗଡ଼ : ଚାଷ ଜମିରେ କାମ କରୁଥିବା ବେଳେ ସର୍ପାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ବାଙ୍କୀ ଥାନା ଅନ୍ତର୍ଗତ ବାଉଁଶପୁଟ ଗ୍ରାମର ଗଣେଶ୍ୱର ପଣ୍ଡା (୪୪)। ଶନିବାର ସକାଳେ ଗଣେଶ୍ୱର ନିଜ ଧାନ ବିଲରେ ଘାସ ବାଛୁଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ ଦଂଶନ କରିବାରୁ ପରିବାର ଲୋକ ତୁରନ୍ତ ଆଠଗଡ଼ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଆଠଗଡ଼ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବକୁ ଜବତ କରିଥିଲା । ତେବେ ପରେ ବାଙ୍କୀ ଥାନା ଅଧିନ ସୁବର୍ଣ୍ଣପୁର ଫାଣ୍ଡି ପକ୍ଷରୁ ମୃତଦେହ ଏଠାରେ ବ୍ୟବଛେଦ କରାଇ ପରିବାରକୁ ହସ୍ତାନ୍ତର କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡିଛି।
Popular Categories



