www.samajalive.in
Wednesday, December 10, 2025
16.1 C
Bhubaneswar

ଜରିତଇଲା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ତିଗିରିଆ: ଜଳ ସମ୍ପଦ ବିଭାଗର ତିଗିରିଆ ବ୍ଲକ ଅନ୍ତର୍ଗତ ଅଚଳକୋଟ ପଞ୍ଚାୟତ ହରିଡ଼ାପଶିସ୍ଥିତ ଜରିତଇଲା କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ପୁନରୁଦ୍ଧାର କାର୍ଯ୍ୟ ନିମ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସନ୍ଧ୍ୟାରାଣୀ ନାୟକ, ଜିଲାପରିଷଦ ସଭ୍ୟ ସଞ୍ଜୟ କୁମାର ମଲ୍ଲିକ ସସ୍ମିତା ରାଉତ, ସ୍ଥାନୀୟ ସରପଞ୍ଚ ରୋଜାଲିନ ବଳିଆର ସିଂହ ପ୍ରମୁଖ ଯୋଗ ଦେଇ ପ୍ରକଳ୍ପ ପୁନରୁଦ୍ଧାର କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆତ୍ମା ଅଧ୍ୟକ୍ଷ ହରେନ୍ଦ୍ର ଦଲେଇ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଗୌରହରି ପରିଡା, ଯୁବ ସଂଗଠକ ବିଜୟ ବଳିଆରସିଂହ, ସମିତି ସଭ୍ୟାଙ୍କ ପ୍ରତିନିଧି ଅଚ୍ୟୁତାନନ୍ଦ ଜେନା, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ତାପସ ପ୍ରଧାନ, ହରମୋହନ ସାହୁ, ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଧୀରେନ କୁମାର ନାଏକ, ସହକାରୀ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ବେହେରା, ସହକାରୀ ଯନ୍ତ୍ରୀ ପ୍ରିୟଙ୍କା ପରିଡା ପ୍ରମୁଖ ଯୋଗ ଦେଇଥିଲେ। ଏହି ପ୍ରକଳ୍ପର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ମୋଟ ବ୍ୟୟ ଅଟକଳ ୧ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories