ଭୁବନେଶ୍ବର: ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ତାଙ୍କର ଶୋକ ବାର୍ତ୍ତାରେ କହିଛନ୍ତି ଯେ ଯଶ୍ବସୀ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ। ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ। ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ସେହିପରି ପ୍ରଖ୍ୟାତ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ବିୟୋଗରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର ଗଭୀର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶ୍ରୀ ମହାପାତ୍ର ଜଣେ ଉଚ୍ଚକୋଟିର କବି ଥିଲେ ଏବଂ ତାଙ୍କ ବିୟୋଗରେ ସାହିତ୍ୟ ଜଗତର ଅପୂରଣୀୟ କ୍ଷତି ହେଲା ବୋଲି ଶ୍ରୀ ପାତ୍ର ତାଙ୍କ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି । ସେହିଭଳି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ ମଧ୍ୟ ଗଭୀର ଶୋକବ୍ୟକ୍ତ କରିଛନ୍ତି।



