www.samajalive.in
Monday, December 15, 2025
16.1 C
Bhubaneswar

ସମସ୍ତଙ୍କ ପାଖରେ, ସବୁ ସ୍ଥାନରେ ଏଆଇ ପହଞ୍ଚାଇବାକୁ ଜିଓ ପ୍ରତିବଦ୍ଧ: ମୁକେଶ ଅମ୍ବାନି

ଭୁବନେଶ୍ୱର: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇ ଭାରତୀୟ ଏଆଇ ମଡେଲ୍‌ରେ ଅଗ୍ରଣୀ ଭୂମିକା ଗ୍ରହଣ କରିବା ଏବଂ ଏହି ନୂଆ ପ୍ରଯୁକ୍ତିର ଲାଭକୁ ଭାରତୀୟ ନାଗରିକମାନଙ୍କ ପାଖରେ ପହଂଚାଇବା ପାଇଁ ଜିଓ ପ୍ଲାଟଫର୍ମ ଆଗ୍ରହୀ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି କହିଛନ୍ତି । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ୪୬ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଅବସରରେ ସେ ଏନେଇ ମହତ୍ୱକାଂକ୍ଷୀ ଯୋଜନା ଘୋଷଣା କରିବା ସହ କହିଛନ୍ତି ଯେ ଜିଓର ଅଭିବୃଦ୍ଧି ପାଇଁ ଏଆଇ ହେଉଛି ସବୁଠୁ ଆକର୍ଷଣୀୟ ଦିଗନ୍ତ ।

ଦୀର୍ଘସ୍ଥାୟୀ ଅଭ୍ୟାସ ଓ ସବୁଜ ଭବିଷ୍ୟତକୁ ଗ୍ରହଣ କରି ଉଭୟ କ୍ଲାଉଡ୍ ଓ ଏଜ୍ ଲୋକେସନରେ ୨୦୦୦ ମେଗାୱାଟ୍‌ର ଏଆଇ-ପ୍ରସ୍ତୁତ କମ୍ପ୍ୟୁଟର ଦକ୍ଷତା ସୃଷ୍ଟି କରିବା ପାଇଁ ଜିଓର ପ୍ରତିବଦ୍ଧତା ବିଷୟରେ ମୁକେଶ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବିଶ୍ୱସ୍ତରରେ ଏଆଇ ବିପ୍ଳବ ଦୁନିଆକୁ ଏକ ନୂଆ ଆକାର ପ୍ରଦାନ କରୁଛି ଏବଂ କୃତ୍ରିମ ବୁଦ୍ଧିମତା (ଏଆଇ) ର ପ୍ରୟୋଗ ଶିଳ୍ପ, ଅର୍ଥନୀତି, ଦୈନନ୍ଦୀନ ଜୀବନରେ ଖୁବ୍‌ଶୀଘ୍ର ବିପ୍ଳବ ଆଣି ତାହାର ସଂଜ୍ଞା ବଦଳାଇଦେବ । ବିଶ୍ୱସ୍ତରରେ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ରହିବା ପାଇଁ ଭାରତକୁ ନିଶ୍ଚିତ ରୂପେ ଏଆଇର ନବସୃଜନ, ଅଭିବୃଦ୍ଧି ଓ ଜାତୀୟ ସମୃଦ୍ଧିକୁ ବ୍ୟବହାର କରିବାକୁ ପଡ଼ିବ ।

- Advertisement -

ମୁକେଶ ଅମ୍ବାନି କହିଛନ୍ତି ଯେ ସାତ ବର୍ଷ ପୂର୍ବେ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ବ୍ରଡ୍‌ବ୍ୟାଣ୍ଡ୍ ସଂଯୋଗ ପ୍ରଦାନ କରିବାକୁ ଜିଓ ପ୍ରତିଶ୍ରୁତି ଦେଇଥିଲା ଓ ଆମେ ତାହା ପ୍ରଦାନ କରିଛୁ । ଆଜି ଜିଓ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାର ପ୍ରତିଶ୍ରୁତି ଦେଉଛି । ଆମେ ତାହା ପ୍ରଦାନ କରିବୁ ବୋଲି ସେ କହିଛନ୍ତି ।

ବିଶ୍ୱସ୍ତରରେ ଏଆଇକୁ ନେଇ ଚାଲିଥିବା ନବସୃଜନ, ବିଶେଷ କରି ଜେନେରେଟିଭ୍ ଏଆଇ କ୍ଷେତ୍ରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହାର ପ୍ରତିଭାବାନ କର୍ମଚାରୀ ଓ ଦକ୍ଷତାରେ ଉନ୍ନତି ଆଣୁଛି । ଆଗାମୀ ଦିନରେ ସବୁ କ୍ଷେତ୍ର ପାଇଁ ଭାରତ ସ୍ୱତନ୍ତ୍ର ଏଆଇ ମଡେଲ୍ ଓ ଏଆଇଭିତିକ ସମାଧାନ ବିକାଶ କରିବା ଉଦ୍ୟମରେ ଜିଓ ପ୍ଲାଟଫର୍ମସ୍ ଆଗରେ ରହିବାକୁ ଚାହୁଛି, ଯାହା ଫଳରେ ଏଆଇର ଲାଭକୁ ଭାରତୀୟ ନାଗରିକ, ବ୍ୟବସାୟ ଓ ସରକାରଙ୍କ ନିକଟରେ ପହଞ୍ଚାଇ ହେବ । ଭାରତରେ ପାଖରେ ସେହି ବ୍ୟାପକତା, ଡାଟା ଓ ପ୍ରତିଭା ରହିଛନ୍ତି ବୋଲି ମୁକେଶ କହିଛନ୍ତି ।

ଏଆଇର ବ୍ୟାପକ କମ୍ପ୍ୟୁଟିଂ ଚାହିଦାର ପରିଚାଳନା କରିବା ଲାଗି ଭାରତ ପାଇଁ ଡିଜିଟାଲ୍ ଭିତିଭୂମି ଆବଶ୍ୟକ । ଏହି କ୍ଷେତ୍ର ସମ୍ପ୍ରସାରିତ ହେଲେ ଆମେ ଉଭୟ କ୍ଲାଉଡ୍ ଓ ଏଜ୍ ଲୋକେସନରେ ୨୦୦୦ ମେଗାୱାଟ୍‌ର ଏଆଇ ପ୍ରସ୍ତୁତ କମ୍ପ୍ୟୁଟିଂ ଦକ୍ଷତା ସୃଷ୍ଟି କରିବାକୁ ପ୍ରତିବଦ୍ଧ ରହିଛୁ । ଆଗାମୀ ୫ ବର୍ଷରେ ଆମେ ଆମର ଅଧିକାଂଶ ଶକ୍ତିକୁ ଯୋଗଯୋଗ, ଡିଜିଟାଲ୍ ସେବା ଓ ଶକ୍ତିରେ ବ୍ୟବହାର କରିବାକୁ ଯୋଜନା ରଖିଛୁ ଯାହା ପରିବେଶ ମିତବ୍ୟୟୀ ହେବା ସହ ସୁଲଭ ମଧ୍ୟ ରହିବ ବୋଲି ମୁକେଶ ଅମ୍ବାନୀ କହିଛନ୍ତି

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories