www.samajalive.in
Wednesday, December 10, 2025
26.1 C
Bhubaneswar

ଦମ୍ପତିଙ୍କୁ ଦଳି ଦେଲା ହାତୀ

ଅନୁଗୋଳ : ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳ ତଳଗଡ଼ ଗାଁରେ ଦମ୍ପତିଙ୍କୁ ଦନ୍ତା ଦଳି ଦେବାରୁ ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ୱାମୀ ଆହତ ହୋଇଛନ୍ତି। ମୃତ ମହିଳାଙ୍କ ନାମ ସୁଲୋଚନା ବିଶ୍ୱାଳ। ସ୍ୱାମୀ ଛବିନ୍ଦ୍ର ବିଶ୍ୱାଳଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଆଜି ସକାଳେ ସୁଲୋଚନା ଓ ଛବିନ୍ଦ୍ର ବଗିଚାରେ କାମ କରୁଥିଲେ। ଏହି ସମୟରେ ଏକ ଦନ୍ତା ହାତୀଟି ବଗିଚା ଭିତରକୁ ପଶି ଆସି ସୁଲୋଚନାଙ୍କ ଉପରକୁ ଆକ୍ରମଣ କରିଥିଲା। ସୁଲୋଚନାଙ୍କୁ ବଞ୍ଚାଇବାକୁ ସ୍ବାମୀ ବଞ୍ଚାଇବାକୁ ଯାଇଥିଲେ। ତାଙ୍କୁ ବି ଦନ୍ତା ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ସୁଲୋଚନାଙ୍କର ମୃତ୍ୟୁଥିବା ଜଣାପଡ଼ିଛି। ଛବିନ୍ଦ୍ର ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories