www.samajalive.in
Wednesday, December 10, 2025
14.1 C
Bhubaneswar

ବସ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର . – କଟକରେ ମହାନଦୀ ଶଯ୍ୟାକୁ ବସ୍‌ ଖସିପଡିବା ଘଟଣା । ଏଥିରେ ମୃତ୍ୟୁ ବରଣ କରିଥିବା ଲୋକଙ୍କର ନିକଟ ସମ୍ପର୍କୀୟମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଘୋଷଣା କରାଯାଇଛି । ସେହିପରି ଆହତ ହୋଇଥିବା ଲୋକମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । କଟକ ଜଗତପୁରରେ ମହାନଦୀ ଉପରେ ଥିବା ପୋଲରେ ଏକ ମଇଁଷିକୁ ଧକ୍କା ଦେବା ପରେ ବସ୍‌ଟି ନଦୀ ଶଯ୍ୟାକୁ ଖସି ପଡିଥିଲା । ଏଥିରେ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୩ ଜଣ ମହିଳା ଥିବା ସୂଚନା ମିଳିଛି ।  ଏସ୍‌ସିବି ମେଡିକାଲ୍‌ରେ ୪୪ ଆହତଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଭୂବନାନନ୍ଦ ମହାରଣା ସୂଚନା ଦେଇଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories